ତୁରୁମୁଙ୍ଗା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପାଇଲା କାୟାକଳ୍ପ ପୁରସ୍କାର

ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତୁରୁମୁଙ୍ଗା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ କାୟାକଳ୍ପ ପୁରସ୍କାରରେ ମନୋନିତ କରାଯାଇଛି। ଶୁକ୍ରବାର କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେଙ୍କ ଉପସ୍ଥିତିରେ ଜିଲ୍ଲା ଚିକିତ୍ସାଧିକାରୀ ଅଶୋକ କୁମାର ଦାଶ, ଅତିରିକ୍ତ ଜିଲ୍ଲା ଚିକିତ୍ସାଧିକାରୀ ନଗଦ ୫୦ ହଜାର ଟଙ୍କା ସହିତ ଟ୍ରଫି ଏବଂ ମାନପତ୍ର ପ୍ରଦାନ କରିଛନ୍ତି। ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଭାରାପ୍ରାପ୍ତ ଅଧିକାରୀ ଡ. ଶୁଭେନ୍ଦୁ ସାଗର କୁମାର ନାୟକ ଉପସ୍ଥିତ ରହି ଏହି ପୁରସ୍କାର ଗ୍ରହଣ କରିଥିଲେ। ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଗୋଷ୍ଠୀ କାର୍ୟ୍ୟକ୍ରମ ପରିଚାଳକ ଦୀପକ କୁମାର ନାଏକ ଉପସ୍ଥିତ ରହି ପୁରସ୍କାର ଗ୍ରହଣ କରିଥିଲେ।