ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ୨ ଗିରଫ

ଗଞ୍ଜାମ,ଏନ୍ଏନ୍ଏସ୍: ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ପାଟପୁର ଥାନା ଅଞ୍ଚଳର ୨ଜଣ ନାବାଳିକାଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ରବିବାର ପୁଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ୨ ଅଭିଯୁକ୍ତ ହେଲେ ପାଟପୁର ଅଞ୍ଚଳର। ସୂଚନା ଅନୁସାରେ ଶନିବାର ବିଳମ୍ବିତ ରାତ୍ରିରେ ପାଟପୁର ଥାନା ଅଞ୍ଚଳରେ ଘରେ କେହି ନଥିବାର ସୁଯୋଗ ନେଇ ୨ଜଣ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଥିଲା ।

ଅଭିଯୋଗ ପାଇ ପାଟପୁର ପୁଲିସ ଏହାର ତଦନ୍ତ କରି ୨ଜଣ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରିବା ପରେ ସେମାନଙ୍କୁ ଗିରଫ କରିଛି। ପରେ ଉଭୟ ନାବାଳିକାଙ୍କୁ ଡାକ୍ତରୀ ମାଇନା ପାଇଁ ପଠାଯାଇଛି। ସୋମବାର ସେମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୁଲିସ ସୂଚନା ଦେଇଛି।