କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଲେ ଛତିଶଗଡ ମୁଖ୍ୟମନ୍ତ୍ରୀ

ପେଟ୍ରୋଲିୟମ ଏବଂ ଇସ୍ପାତ ମନ୍ତ୍ରାଳୟର ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଆଲୋଚନା

ଭୁବନେଶ୍ୱର,ଏନ୍ଏନ୍ଏସ୍: ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଛତିଶଗଡର ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ରବିବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଛନ୍ତି। ଉଭୟ ମନ୍ତ୍ରୀ ରାଜ୍ୟରେ ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ ଏବଂ ଇସ୍ପାତ ମନ୍ତ୍ରଣାଳୟର ଅଧୀନରେ ଚାଲୁଥିବା ବିଭିନ୍ନ ପ୍ରକଳ୍ପ ଗୁଡିକର ଅଗ୍ରଗତି ସମ୍ପର୍କରେ ଆଲୋଚନା କରିଛନ୍ତି। ଜୈବ ଇନ୍ଧନ ଏବଂ ସିଟି ଗ୍ୟାସ ବିତରଣ(ସିବିଜି) ପାଇଁ ଛତିଶଗଡ ଉତ୍କୃଷ୍ଟ ସ୍ଥାନ ହୋଇଥିବା ବେଳେ ଏହି ଆଲୋଚନା କାଳରେ ଉଭୟ ମନ୍ତ୍ରୀ ଜୈବ ଇନ୍ଧନର କ୍ଷମତା ଓ ଉତ୍ପାଦନକୁ ବୃଦ୍ଧି କରିବା ଉପରେ ଚର୍ଚ୍ଚା କରିଥିଲେ।

ସେହିପରି ଉଭୟ ମନ୍ତ୍ରୀ ଭିଲାଇ ଇସ୍ପାତ କାରଖାନାର ଦକ୍ଷତା ଉପରେ ଗୁରୁତ୍ୱାରୋପ କରିଥିଲେ। ଛତିଶଗଡର ସମଗ୍ର ବିକାଶ ପାଇଁ ବିଶେଷଭାବରେ ଖଣି ଲିଜ୍ର ସଂପ୍ରସାରଣ ସମେତ ଏନଏମଡିସିର ବର୍ତମାନ ଏବଂ ଭବିଷ୍ୟତର ପ୍ରକଳ୍ପ ପାଇଁ ଶ୍ରୀ ପ୍ରଧାନ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ସହଯୋଗ ଲୋଡିଥିଲେ।