ଷ୍ଟାଚ୍ୟୁ ଅଫ ୟୁନିଟିରେ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଭାରତର ଲୌହ ମାନବଭାବେ ପରିଚିତ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୪୪ତମ ଜୟନ୍ତୀ ଅବସରରେ ଗୁରୁବାର ନୂଆଦିଲ୍ଲୀଠାରେ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶର ପ୍ରଥମ ସ୍ୱରାଷ୍ଟ୍ର ମନ୍ତ୍ରୀ ତଥା ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟ କେବାଡିଆରେ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ଦେଶକୁ ଏକତା ସୂତ୍ରରେ ବାନ୍ଧିଥିବା ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକତା ଦିବସ ପାରେଡରେ ଭାଗ ନେଇଛନ୍ତି ।

ସେହିପରି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, କେନ୍ଦ୍ରମନ୍ତ୍ରୀ ହରଦୀପ ସିଂହପୁରୀ ଓ ଦିଲ୍ଲୀ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଅନିଲ ବାଇଜଲ ମଧ୍ୟ ଦେଶର ପ୍ରଥମ ଉପ ପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଏହି ଅବସରରେ ଅମିତ ଶାହା ଦିଲ୍ଲୀସ୍ଥିତ ନ୍ୟାସନାଲ ଷ୍ଟାଡିୟମରୁ ରନ ଅଫ ୟୁନିଟି ନାମରେ ଏକ ଗଣଦୈଡ଼ର ଶୁଭାରମ୍ଭ କରିଛନ୍ତି । ଏଥିରେ ହଜାର ହଜାର ଯୁବକ ସାମିଲ ହୋଇଥିବା ଜଣାଯାଇଛି।
ସେହିପରି ସାରା ଦେଶରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ କରାଯିବା ସହ ଗଣଦୈଡ ଅନୁଷ୍ଠିତ ହୋଇଛି।