ଉତ୍କଳ ବିଶ୍ୱବିଦ୍ୟାଳୟରେ ପିଜି ଛାତ୍ର କରୋନା ସଂକ୍ରମିତ, ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଉତ୍କଳ ବିଶ୍ୱବିଦ୍ୟାଳୟରେ ପିଜି ଛାତ୍ର କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ସାମାଜିକ ବିଜ୍ଞାନ ବିଭାଗରେ ପରୀକ୍ଷା ସ୍ଥଗିତ ରଖାଯାଇଛି। ଉତ୍କଳ ବିଶ୍ୱବିଦ୍ୟାଳୟରେ କରୋନା ମାମଲାର ଚିହ୍ନଟ ପରେ କର୍ତ୍ତୃପକ୍ଷ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ପିଜିର ଆଗାମୀ ସେମିଷ୍ଟର ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି।

ସାମାଜିକ ବିଜ୍ଞାନ ବିଭାଗରେ ମିଳିଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ପିଜି ପରିଷଦ ଅଧ୍ୟକ୍ଷଙ୍କ ସହ ଆଲୋଚନା କରାଯାଇ ଏହି ନିଷ୍ପତ୍ତି ହୋଇଛି।