ଦେବଗଡ଼,ଏନ୍ଏନ୍ଏସ୍: ମହାନ ଜନନାୟକ ସ୍ୱର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୬ତମ ତିରୋଧାନ ଦିବସ ଉପଲକ୍ଷେ ଆଜି ଜିଲ୍ଲା ବିଜେଡି ପକ୍ଷରୁ ବିଭିନ୍ନ ସେବା କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ବିଜେଡି ସଭାପତି ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କ ନେତୃତ୍ୱରେ ଶତାଧିକ ଦଳୀୟ କର୍ମୀ ଓ ପଦାଧିକାରୀ ପ୍ରଧାନପାଟରେ ସାମୁହିକ ତିଳତର୍ପଣ ଅର୍ଘ୍ୟ ପ୍ରଦାନ ସହ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ସେହିପରି ପୂର୍ବାହ୍ନରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସଫେଇ କାର୍ଯ୍ୟ କରିବା ପରେ ବାରକୋଟ ବ୍ଲକ କାଳୀ ମଣ୍ଡପରେ ଏକ ଜୀବନ ବିନ୍ଦୁ କାର୍ଯ୍ୟକ୍ରମରେ ୩୫ଜଣ ବ୍ୟକ୍ତି ସ୍ୱେଛାକୃତ ରକ୍ତଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ କୌଶିକ କୁମାର ପ୍ରଧାନ, ପୌରାଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଇ, ଜିଲ୍ଲା ପରିଷଦ ସଦସ୍ୟା ବିଜେଡି ନଗର ସଭାପତି ଶୁକଦେବ ଭଞ୍ଜ, ବିଜେଡି ଉପସଭାପତି ଦେବେନ୍ଦ୍ର କୁମାର ବେହେରା, ଏସଡିସିସି ବ୍ୟାଙ୍କ ପୂର୍ବତନ ସଭାପତି ଅମରେନ୍ଦ୍ର ଗଙ୍ଗଦେବ, ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଇଂ ସୁଜିତ କୁମାର ପ୍ରଧାନ, ଜିଲ୍ଲା ବିଜୁ କୃଷକ ମୋର୍ଚ୍ଚା ସଭାପତି ଇଂ ଚିତ୍ତରଞ୍ଜନ ପ୍ରଧାନଙ୍କ ସମେତ ବହୁ ଦଳୀୟ କର୍ମୀ ଉପସ୍ଥିତ ଥିଲେ ।