ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କୁ କରୋନା

ନୂଆଦିଲ୍ଲୀ,ଏଜେନ୍ସି: ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଉପରାଷ୍ଟ୍ରପତିଙ୍କ ଠାରେ କରୋନାର କୌଣସି ଲକ୍ଷଣ ନଥିଲେ ମଧ୍ୟ ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ବର୍ତ୍ତମାନ ସେ ହୋମ କ୍ୱାରେଣ୍ଟାଇନରେ ଅଛନ୍ତି। ଏନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି। କିନ୍ତୁ ଶ୍ରୀ ନାଇଡୁଙ୍କ ପତ୍ନୀ ଉଷା ନାଇଡୁଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି।