ଭୁବନେଶ୍ୱର,ଏନ୍ଏନ୍ଏସ୍: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଚଢ଼ଉ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ହୋଇଛି ଏହି ଚଢ଼ଉ।
ପ୍ରଦୀପଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ଚଢ଼ଉ କରାଯାଇଥିବା ବେଳେ ତାଙ୍କ ସମ୍ପର୍କୀୟ ଓ ସହଯୋଗୀଙ୍କ ଘରେ ମଧ୍ୟ ରେଡ୍ କରାଯାଇଛି। ଏକକାଳୀନ ୧୫ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଏହି ଚଢ଼ଉ କରାଯାଇଛି।
ଆଜି ସକାଳ ୬ଟାରୁ ଏହି ଏକକଳାନୀ ଚଢ଼ଉ ଆରମ୍ଭ ହୋଇଥିବା ବେଳେ ପ୍ରଦୀପଙ୍କ ଘନିଷ୍ଠ ସହଯୋଗୀ ସର୍ବେଶ୍ୱର ରାଓଙ୍କ ଘରେ ମଧ୍ୟ ରେଡ୍ କରାଯାଇଥିବା ସୂଚନା ମିଳିଛି। ଏହି ଚଢ଼ଉରେ ଜଣେ ଏସ୍ପି, ୨ ଜଣ ଅତିରିକ୍ତ ଏସ୍ପି ଓ ୧୭ ଜଣ ଡିଏସ୍ପିଙ୍କ ସହିତ ଅନ୍ୟମାନେ ସାମିଲ ହୋଇଛନ୍ତି।