ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ ଧର୍ମେନ୍ଦ୍ର ପ୍ରଧାନ

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଆସନ୍ତାକାଲି ଝାରସୁଗୁଡା ବିମାନ ବନ୍ଦରରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ହେବ। ପୂର୍ବାହ୍ନ ୧୧ଟାରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର କୋଇଲା ଏବଂ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଉଦ୍ଘାଟନ କରିବେ। ଏହି କାର୍ଯ୍ୟକ୍ରମରେ ଶ୍ରୀ ଯୋଶୀ ଭିଡିଓ କନଫରେନ୍ସ ମାଧ୍ୟମରେ ଯୋଗଦେଉଥିବାବେଳେ ଧର୍ମେନ୍ଦ୍ର ଆସନ୍ତାକାଲି ଝାରସୁଗୁଡା ପହଞ୍ଚିବେ। ଏହି ଅବସରରେ ଅତିଥି ଭାବରେ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ, ବରଗଡ ସାଂସଦ ସୁରେଶ ପୂଜାରୀ, ବ୍ରଜରାଜନଗର ବିଧାୟକ କିଶୋର କୁମାର ମହାନ୍ତି ଏବଂ ଏମସିଏଲର ସିଏମଡି ପ୍ରଭାତ କୁମାର ସିହ୍ନା ପ୍ରମୁଖ ଉପସ୍ଥିତ ରହିବେ ବୋଲି ବିମାନ ବନ୍ଦର ନିର୍ଦ୍ଦେଶକ କିଶୋର କୁମାର ସେନାପତି ସୂଚନା ଦେଇଛନ୍ତି ।