ଘୁନସର କଲେଜରେ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ସଇଁନ୍ତଲା,ଏନ୍‌ଏନ୍‌ଏସ୍‌: ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଘୁନସର କଲେଜରେ ଆଜି ନବାଗତ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ଧନଞ୍ଜୟ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଅନୁରାଧା ସେଠ, କମିଟି ସଭାପତି ତଥା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଉପେନ୍ଦ୍ର ଗହୀର, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଭାନୁ ଶଙ୍କର ବାଗ, ମାଧବ ସାହୁ ଓ ଅବସରପ୍ରାପ୍ତ ସୈନିକ ବିଷ୍ଣୁ ପ୍ରସାଦ ନାୟକ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ । ଛାତ୍ର ଜୀବନରେ ଶୃଙ୍ଖଳିତ ହେବାର ଆବଶ୍ୟକତା ରହିଛି ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ । ଏହି ଅବସରରେ କଲେଜ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମହେଶ କୁମାର କର୍ମୀ ସଭା ପରିଚାଳନା କରିଥିବାବେଳେ କଲେଜ ଅଧ୍ୟାପିକା ନମିତା ବାଗ, ପ୍ରମୋଦ ନାୟକ, ସମନ ସୁନା, ଦଳ ଗୋବିନ୍ଦ ମହହୀରା, ଉମାକାନ୍ତ ସାହୁ, ଶାମୁକା ରଣା ଓ ଦଳ ଗୋବିନ୍ଦ ରଣା ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ରଜନୀ ରାଣୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।