ବାରିପଦା,ଏନ୍ଏନ୍ଏସ୍: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ ଜିଲ୍ଲାରେ ୩ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ଏନେଇ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲା ପ୍ରଶାସନକୁ ସତର୍କ କରାଇ ଦିଆଯାଇଛି।